ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟର ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟ ରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଆଦି ୯ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ ଚଳିତମାସ ୧୦ତାରିଖ ବେଳକୁ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆନ୍ତର୍ଜାତୀୟ ପାଣିପାଗ ସଂସ୍ଥା ସ୍କାଇମେଟ୍‍ ଅନୁମାନ କରିଛି ।

ଅନ୍ୟପଟେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଆଜି ଦିନ ୧୨ଟା ସୁଦ୍ଧା ୬୨୧ ଦଶମିକ ୯/୫ ଫୁଟ ରହିଛି । ମୋଟ ୨୦ଟି ଗେଟ୍‍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୩୬ ହଜାର ୧୮୦ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ସମ ପରିମାଣର ଜଳ ନିଷ୍କାସିତ ହେଉଛି ।

Related Articles

Back to top button