୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତାତିରୁ ତ୍ରାହି । ୩ ଦିନ ବର୍ଷା । ଅସହ୍ୟ ଗରମ ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି । ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି । ଆଗାମୀ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ୨୫ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ସମ୍ଭାବନା ରହିଛି । ଏନେଇ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Related Articles

Back to top button