ଆଗାମୀ ୫ ଦିନ ଯାଏ କାଳବୈଶାଖୀ, ରାଜ୍ୟରେ ୪୨ ଡିଗ୍ରୀ ଉପରେ ରହିବ ପାରଦ

ଭୁବନେଶ୍ୱରରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷା ଲାଗି ରହିବ । ଏଥିସହ ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ, କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ନେଇ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

Related Articles

Back to top button