ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ବହିବ ପବନ

ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି ।ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ,ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ତେବେ ୧୯ ତାରିଖରୁ ପାଗ ବଦଳିବ ।ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ଲହରୀ ସ୍ଥିତି ଉପୁଜିବ । ଏଥିପାଇଁ ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।୨୦ ଓ ୨୧ ତାରିଖରେ ମଧ୍ୟ ଅନେକ ସ୍ଥାନରେ କାଳବୈଶୀଖୀ ବର୍ଷା ସହ ଗ୍ରୀଷ୍ମ ଲହରୀ ମଧ୍ୟ ଦେଖାଦେବ । ୩୧ ତାରିଖ ବେଳକୁ ମୌସୁମୀ କେରଳ ଛୁଇଁବା ନେଇ ଆକଳନ କରାଯାଇଛି ।

Related Articles

Back to top button