
ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ
ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ପ୍ରତି ପଞ୍ଚାୟତରେ ମଡେଲ ପ୍ରାଥମିକ ବିଦ୍ୟାଳୟ ହେବ।ଏହାର ନାମ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁଦିବସ ଅବସରରେ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ସରକାରୀ ସ୍କୁଲରେ ପିଲା ସଂଖ୍ୟା କମୁଥିବାରୁ ସ୍କୁଲରେ ଏମିତି ବ୍ୟବସ୍ଥା କରାଯିବ ଯେମିତି ପିଲାମାନେ ଘରୋଇ ସ୍କୁଲକୁ ନଯାଇ ସମସ୍ତେ ଏହି ସ୍କୁଲକୁ ଆସିବାକୁ ଆଗ୍ରହ ପ୍ରକାଶ କରିବେ। ଶିକ୍ଷା ବ୍ୟବସ୍ଥା ହେଉଛି ତ୍ରିଭୁଜ ସଦୃଶ। ତ୍ରିଭୁଜର ଛାତ୍ର, ଶିକ୍ଷକ ଏବଂ ଅଭିଭାବକ ହେଉଛନ୍ତି ଶିକ୍ଷା ବ୍ୟବସ୍ଥା ତ୍ରିଭୁଜର ତିନି ବାହୁ। ତିନି ବାହୁ ଏକାଠି କାର୍ଯ୍ୟ କଲେ ଶିଷ୍ୟର ଜୀବନ ସୁସଂଗଠିତ ହେବ। ତେବେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏମିତି ୫ଶହ ସ୍କୁଲ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାତୟରେ ଖୋଲିବ ଏହି ସ୍କୁଲ।