
ଆଜି ପବିତ୍ର ଅକ୍ଷୟ ତୃତୀୟା : ରଥକାମ ଆରମ୍ଭ
ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ର ଶୁଭ ଅନୁକୂଳ ନୀତି ଅନୁଷ୍ଠିତ ହେବ। ଏଥି ସହ ଆଜିଠାରୁ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେଉଥିବା ବେଳେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଅଛି।ବଡି ଭୋର ୩ଟା୪୫ରେ ଶ୍ରୀମନ୍ଦିର ଦ୍ୱାର ଫିଟା ଯାଇଥିବା ବେଳେ ଶ୍ରୀଜୀଉମାନଙ୍କ ନୀତି ଆରମ୍ଭ ହୋଇଅଛି।ଅପରାହ୍ନରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞାମାଳ ରଥଖଳାକୁ ବିଜେ କରିବା ସହ ରଥ ନିର୍ମାଣ ଅନୁକୂଳ ନୀତି ସମ୍ପନ ହେବ।ସେହିପରି ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଏବଂ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରଣୀରେ ଚାପ ଖେଳିବେ।ନନ୍ଦା ଓ ଭଦ୍ରା ନୌକରେ ବିଜେ କରି ଜଳକ୍ରୀଡ଼ା କରିବା ସହ ସ୍ୱତନ୍ତ୍ର ମାଣ୍ଡୁଅ ଭୋଗ ଲାଗି କରାଯିବ।