ଆଜି ହେଉଛି ଶେଷ ରଜ 

ଭୁବନେଶ୍ୱର :  ଆଜି ହେଉଛି ଶେଷ ରଜ  । ସବୁଠି ମହାଆଡମ୍ବରରେ ହେଉଛି ଉତ୍ସବ  । କୂଆଁରିଙ୍କ ମନରେ ଅସୁମାରି ଆନନ୍ଦ ଉଲ୍ଲାସ   । ନୂଆ ପୋଷକ ପିନ୍ଧି ସଜେଇ ହୋଇ ସାଙ୍ଗସାଥିଙ୍କ ସହ ରଜ ଦୋଳିର ମଜା ନେଇଛନ୍ତି ଝିଅ ଓ ବୋହୂ । ପିଠାପଣାର ମହକରେ ବାସୁଛି ଗାଁ ଗଣ୍ଡା  । ସବୁଠି ପୋଡ଼ ପିଠା ସାଙ୍ଗକୁ ରଜ ପାନର ଆସର  । ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ମଧ୍ୟ ରଜ ପାନ ଖାଇ ଉତ୍ସବରେ ସାମିଲ ହୋଇଛନ୍ତି ।  ଅନେକ ଗାଁରେ ଆୟୋଜିତ ହେଉଛି ଦୋଳି ଓ କବାଡ଼ି ଖେଳ ପ୍ରତିଯୋଗିତା  ।

ତିନିଦିନ ଧରି ପାଳିତ ହେଉଥିବା ଏହି ଗଣ ପର୍ବର ଆଜି ତୃତୀୟ ଦିନ ।  ତେବେ ଆଜି ଶେଷ ରଜ ଏବଂ ଆସନ୍ତାକାଲି ବସୁମତୀ ସ୍ନାନ । ଏହି ଦିନରେ ମାଟି ମାଆକୁ ପୂଜା କରାଯାଇଥାଏ ।

Related Articles

Back to top button