ଆଜି ପବିତ୍ର ମହାଳୟା

ଆଜି ପବିତ୍ର ମହାଳୟା। ୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ଆଜି ଶେଷ ଦିନ। ପିତୃପୁରୁଷଙ୍କୁ ଆଜି ଶ୍ରାଦ୍ଧ ଓ ପିଣ୍ତଦାନ କରିବାର ପରମ୍ପରା ରହିଛି।

ଭାଦ୍ରବ କୃଷ୍ଣ ପ୍ରତିପଦା ଠାରୁ ଆରମ୍ଭ ହୋଇଥିବା ଏହି ପିତୃପକ୍ଷରେ ପିତୃ ପୁରଷମାନେ ମର୍ତ୍ତମଣ୍ତଳକୁ ଆସିଥାନ୍ତି ବୋଲି ବିଶ୍ୱାସ ରହିଛି। ପିତୃପକ୍ଷର ପ୍ରତ୍ୟେକ ତିଥିରେ ଶ୍ରାଦ୍ଧ ଦିଆଯାଉଥିଲେ ମଧ୍ୟ ମହାଳୟାରେ ଶ୍ରାଦ୍ଧ ଓ ପିଣ୍ଡଦାନ କରିବାର ବିଶେଷ ମହତ୍ତ୍ୱ ରହିଛି। ବିଶେଷ କରି ତୀର୍ଥକ୍ଷେତ୍ର ଓ ତୀର୍ଥ ପୁଷ୍କରିଣୀରେ ପିଣ୍ଡଦାନ ସହ ତର୍ପଣ କରାଯାଉଥିବାରୁ ପୁରୀରେ ଏଥିପାଇଁ ବହୁତ ଭକ୍ତ ଆସି ପିଣ୍ତଦାନ କରିଛନ୍ତି।

ସେହିପରି ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭକ୍ତ ମାନେ ଯେଭଳି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ଦର୍ଶନ ସହ ମହାପ୍ରସାଦ ସେବନ କରିପାରିବେ ସେନେଇ ବିଶେଷ ଦୃଷ୍ଟି ଦିଆଯାଇଛି।

Related Articles

Back to top button