ଅନବସରର ଶେଷ ଦିନରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ମହାପ୍ରଭୁଙ୍କ ଅନବସରରେ ଅନ୍ତିମ ଦିନ । ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଆସନ୍ତାକାଲି ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଆସନ୍ତା ମଙ୍ଗଳବାର ରଥାରୂଢ ହୋଇ ଗୁଣ୍ଡିଚା ଯିବେ ମହାବାହୁ ।

ସେପଟେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ବେଳେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ୍ ପୋଲିସ ଫୋର୍ସ । ସିସିଟିଭି କ୍ୟାମେରା ଓ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ସହର ଉପରେ ରଖାଯିବ ତୀକ୍ଷ୍ଣ ନଜର । ରେଳବାଇ ଓ ତଟ ସୁରକ୍ଷା ସହ, ପହଣ୍ଡି, ରଥଟଣା, ଜନଗହଳି ନିୟନ୍ତ୍ରଣ, ଭିଆଇପିଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା ୧୦୦୦ରୁ ଉର୍ଦ୍ଧ ଅଧିକାରୀ ମୁତୟନ କରାଯିବ । ଅନ୍ୟପଟେ ଟ୍ରାଫିକ ବ୍ୟବସ୍ଥା ସୁପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ କରାଯାଇଛି ।

Related Articles

Back to top button