
ଆଜି ବିଶ୍ବ ଆଦିବାସୀ ଦିବସ
ଭୁବନେଶ୍ବର: ଆଜି ବିଶ୍ବ ଆଦିବାସୀ ଦିବସ । ନିଆରା ଢଙ୍ଗରେ ଦିବସ ପାଳିବ ବିଜୁ ଜନତା ଦଳ । ଆରମ୍ଭ ହେବ ଆଦିବାସୀ ଅଧିକାର ଅଭିଯାନ । ରାଜ୍ୟର ସମସ୍ତ ସଂରକ୍ଷିତ ଅଞ୍ଚଳରେ ଦିବସ ପାଳନ କରାଯିବ ।
ଆଦିବାସୀଙ୍କ ପାରମ୍ପରିକ ନାଚଗୀତ ପରିବେଷଣ ହେବ । ଦେଖିବାକୁ ମିଳିବ ସେମାନଙ୍କ ସଭ୍ୟତା ଓ ବେଶଭୁଷା ଝଲକ । ସଂରକ୍ଷିତ ଅଞ୍ଚଳ ପରିଦର୍ଶନ କରି ଆଦିବାସୀଙ୍କ ସମସ୍ୟା ବୁଝିବେ ବିଜେଡି ନେତା । ଏଥିପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ନେତାଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି ।
ଆଦିବାସୀଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବିଶେଷ ଦୃଷ୍ଟି ଦେଇଛନ୍ତି । ପାଠପଢାରୁ ଆରମ୍ଭ କରି ନିଯୁକ୍ତି ପାଇଁ ବିଭିନ୍ନ ଯୋଜନା କରିଛନ୍ତି ।