ଆଜି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ

ଆଜି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିଟିଲାଗଡ଼ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ । ଏହି ସମୟରେ ଭି.କେ ପାଣ୍ଡିଆନ୍, ଅନଙ୍ଗ ଉଦୟ ସିଂଦେଓ, ଟିଟିଲାଗଡ଼ ବିଧାନସଭା ପ୍ରାର୍ଥୀ ତଥା ବଲାଙ୍ଗିର ବିଜେଡି ନେତା ପ୍ରମୁଖ ସେଠାରେ ଉପସ୍ଥିତ ଥିଲେ । ନାମାଙ୍କନପତ୍ର ଦାଖଲ ପୂର୍ବରୁ ଆଜି ଟିଟିଲାଗଡ ସିଟି ହାଇସ୍କୁଲରୁ ଏକ ରୋଡ ସୋ’ରେ ଆସିଥିଲେ ମୁଖ୍ୟମନ୍ତ୍ରୀ । ଟିଟିଲାଗଡ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ ।

Related Articles

Back to top button