ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦର୍ଶନ ସହ ଆଜି ନିଳାଚଳ ଅବଢ଼ା ପାଇଛନ୍ତି ଶ୍ରଦ୍ଧାଳୁ

ନିଳାଦ୍ରୀ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆରମ୍ଭ ହୋଇଯାଇଛି ପୁଣି ଲୀଳାଖେଳା । ସକାଳେ ମହାପ୍ରଭୁଙ୍କର ମଙ୍ଗଳ ଆଳତୀ, ଅବକାଶ, ଅନ୍ୟାନ୍ୟ ନୀତି ସମ୍ପାଦନ ହୋଇଛି । ଗୋପାଳବଲ୍ଲଭ ଭୋଗ ପରେ ବାହାରିଥିଲା ନୀଳାଚଳ ଅବଢା । ଶ୍ରୀମନ୍ଦିରରୁ ମହାପ୍ରସାଦ ପାଇ କୃତାର୍ଥ ହୋଇଛନ୍ତି ଭକ୍ତ ଓ ସେବାୟତ । ଗତକାଲି ରାତିରେ ଗୋଟି ପହଣ୍ଡିରେ ରଥରୁ ଯାଇ ରତ୍ନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଦାମୂରତି । ପ୍ରଥମେ ସୁଦର୍ଶନ ପରେ ବଡ଼ ଠାକୁର ବଳଭଦ୍ର ଓ ତାପରେ ଭଉଣୀ ସୁଭଦ୍ରା ରତ୍ନବେଦୀକୁ ବିଜେ କରିଥିଲେ । ଏହାପରେ ଆରମ୍ଭ ହୋଇଥିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି । ଭକ୍ତଙ୍କ ଗହଣରେ ହଲିଝୁଲି ଶ୍ରମନ୍ଦୀର ଅଭିମୁଖେ ଯାତ୍ରା କରିଥିଲେ ମହାପ୍ରଭୁ । ଏହିସମୟରେ ସିଂହଦ୍ୱାର ବନ୍ଦ କରିଥିଲେ ମାଆ ଲକ୍ଷ୍ମୀ ସାଆନ୍ତାଣୀ । ଅନେକ ବଚନିକା ପରେ ମାଆଙ୍କୁ ରସଗୋଲା ଖୁଆଇ ଓ ପାଟବସ୍ତ୍ର ଦେଇ ମାନଭଞ୍ଜନ କରିଥିଲେ ମାୟାଧର । ନିଳାଦ୍ରୀ ବିଜେରେ ମହାପ୍ରଭୁଙ୍କ ମାନବୀୟ ଲୀଳା ଦର୍ଶନ କରି କୃତାର୍ଥ ହୋଇଛନ୍ତି ଭକ୍ତଗଣ ।

Related Articles

Back to top button