ଆଜି ଗ୍ରାମ ପିଛା ୨୦ ଟଙ୍କା ବୃଦ୍ଧି ପାଇଛି ସୁନା ମୂଲ୍ୟ

ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର । ଆଜି ଗ୍ରାମ ପିଛା ୨୦ ଟଙ୍କା ବୃଦ୍ଧି ପାଇଛି ସୁନା ମୂଲ୍ୟ। ଗତ କାଲି ୧ ଟଙ୍କା ହ୍ରାସ ପାଇଥିବା ବେଳେ ଆଜି ୨୦ ଟଙ୍କା ବୃଦ୍ଧି ପାଇଛି। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ୧୦ ଗ୍ରାମ ପିଛା ୬୬ ହଜାର ପାର୍ କରିଛି।  ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୬,୮୫୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୨୦୦ ଟଙ୍କା ବୃଦ୍ଧି ପାଇଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୨,୯୩୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୬୬,୮୫୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୯୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୪,୬୯୦ ଟଙ୍କା ରହିଛି। ସେହିପରି ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬୬,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୯୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୪,୬୯୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ ୨୨ କ୍ୟାରେଟର ସୁନା ଦାମ୍ ୬୭,୭୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୭୬୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୫,୪୬୦ ଟଙ୍କା ରହିଛି। ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬୭,୦୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୩,୦୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୪,୮୨୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬୬,୮୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୯୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୪,୬୯୦ ଟଙ୍କା ରହିଛି ।

Related Articles

Back to top button