ଆଜି ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବଙ୍କ ରାଜଅଭିଷକ ନୀତି ସମ୍ପନ୍ନ ହୋଇଛି

ଶ୍ରୀନହର ପରିସରରେ ଆଜି ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବଙ୍କ ରାଜଅଭିଷକ ନୀତି ସମ୍ପନ୍ନ ହୋଇଛି । ପରମ୍ପରା ଅନୁସାରେ ପୁଷ୍ୟା ନକ୍ଷେତ୍ର ତିଥିରେ ଗଜପତି ମହାରାଜ ସିଂହାସନ ଆରୋହଣ କରିବା ସହ ଅଭିଷେକ ନୀତି ଅନୁଷ୍ଠିତ ହୋଇଥାଏ । ଗଜପତିଙ୍କ ପୁଷ୍ୟାଭିଷେକ ନୀତି ନିମନ୍ତେ ଶ୍ରୀନିହରରେ ବିଶେଷ ନୀତି ଅନୁଷ୍ଠିତ ହୋଇଛି । ଅଭିଷକ ନୀତି ପୂର୍ବରୁ ଶ୍ରୀନଅରରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହୋଇଛି । ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ ଓ ସୁଧାଂଶୁ ରାଜଗୁରୁ ଏହି କାର୍ଯ୍ୟ ସମ୍ପାଦନ କରିଛନ୍ତି । ପରେ ଗଜପତି ଏବଂ ମହାରାଣୀଙ୍କୁ ଅଭିମନ୍ତ୍ରିତ ଜଳରେ ଅଭିଷେକ କରାଯିବା ପରେ ବନ୍ଦାପନା କରାଯାଇ ଗଜପତିଙ୍କୁ ପଇତାଲାଗି ଏବଂ ମହାପ୍ରସାଦ ପ୍ରଦାନ କରାଯିବାର ବିଧି ରହିଛି । ସେହିପରି ଗଜପତି ତାଙ୍କର ପାରମ୍ପାରିକ ବେଶରେ ଗାଦିକୁ ବିଜେ କରିବା ପରେ ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତମାନେ ତାଙ୍କୁ ନଡ଼ିଆ ଏବଂ ପଇତା ପ୍ରଦାନ କରିବା ସହିତ ଗଜପତିଙ୍କୁ ଆଶୀର୍ବାଦ କରିବେ। କରଣ ସାମନ୍ତମାନେ ମଧ୍ୟ ଶ୍ରୀନଅରକୁ ଆସି ଏହି ଅବସରରେ ଗଜପତି ମହାରାଜାଙ୍କୁ ଭେଟିଦେଇଥାନ୍ତି ।

Related Articles

Back to top button