ଆସନ୍ତାକାଲି ପବିତ୍ର ଚୈତ୍ର କୃଷ୍ଣ ସପ୍ତମୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି

ଏପ୍ରିଲ ୧ ତାରିଖ ଅର୍ଥାତ ଆସନ୍ତାକାଲି ପବିତ୍ର ଚୈତ୍ର କୃଷ୍ଣ ସପ୍ତମୀ ତିଥି ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ । ତେବେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ସମୟରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେଣୁ ଭକ୍ତଙ୍କ ଉଦେଶ୍ୟରେ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଶ୍ରୀମନ୍ଦିରରେ ଖସାପଡ଼ା ଲାଗି ନୀତି ହେଉଛି ଏକ ଗୁପ୍ତ ନୀତି । ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି । ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି ।

Related Articles

Back to top button