ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି : ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆସନ୍ତାକାଲି ବୁଧବାର ବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏତତ୍ ବ୍ୟତୀତ କାଲି ଅନବସର ପିଣ୍ଡିରେ ଅନବସର ନୀତି ସଂମ୍ପୃକ୍ତ କେତେକ ଆନୁଷଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦିତ ହେବ।

ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୨ ଟା ପର୍ଯ୍ୟନ୍ତ ୬ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button