ମହାପ୍ରଭୁଙ୍କ ବନକଲାଗି ନୀତି : ପାଞ୍ଚ ଘଣ୍ଟା ସାଧାରଣ ଦର୍ଶନ ରହିବ ବନ୍ଦ

ଆସନ୍ତାକାଲି ମାଘ କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ପ୍ରାକୃତିକ ରଙ୍ଗରେ ଶ୍ରୀଜିଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଅର୍ଥାତ୍‌ ପ୍ରାୟ ପାଞ୍ଚ ଘଣ୍ଟା ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଓ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

Related Articles

Back to top button