ଆସନ୍ତାକାଲି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଆସନ୍ତାକାଲି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ବନକଲାଗି ନୀତି ପାଇଁ ଚଳଚଞ୍ଚଳ ହୋଇପଡିଛି ଶ୍ରୀ ମନ୍ଦିର । ମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି ପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ବନକଲାଗି ନୀତି ପାଇଁ ମନ୍ଦିରରେ ସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ । ପ୍ରାୟ ୪ ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରି ପାରିବେ ନାହିଁ । ସେଥିପାଇଁ ଆସନ୍ତାକାଲି ବନକଲାଗି ନୀତି ଅନୁଷ୍ଠିତ ହେବା ପର୍ଯ୍ୟନ୍ତ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିବ । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନଙ୍କ ଦ୍ୱାରା ମହାପ୍ରଭୁଙ୍କର ଏହି ନୀତି ଅନୁଷ୍ଠିତ ହେବ । ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ମହାପ୍ରଭୁଙ୍କର ଗୁପ୍ତ ନୀତି ହୋଇଥିବାରୁ ଆସନ୍ତାକାଲି ସାଧାରଣ ଦର୍ଶନ ବନ୍ଦ ରହିବ ।

Related Articles

Back to top button