ଆସୁଛି ଦୁଇଟି ଲଘୁଚାପ : ପୁଣି ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ପୁଣି ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଗ ପଛ ହୋଇ ଆସୁଛି ଦୁଇଟି ଲଘୁଚାପ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ । ଏହା ବି ନେଇପାରେ ଲଘୁଚାପ ରୂପ । ଏହାର ଗତି ଉତ୍ତର- ପଶ୍ଚିମ ଆଡ଼କୁ ରହିବା ନେଇ କରାଯାଉଛି ଆକଳନ । ଫଳରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ ବଜ୍ରପାତ ହେବାର ରହିଛି ଆଶଙ୍କା । ଆସନ୍ତା ୧୩ ତାରିଖରୁ ଓଡ଼ିଶାରେ ବର୍ଷା ବଢ଼ିବା ନେଇ କରାଯାଉଛି ପୂର୍ବାନୁମାନ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଜୁଲାଇ ୧୧ରୁ ୧୮ ତାରିଖ ଭିତରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଭଲ ବର୍ଷା ସମ୍ଭାବନା ଅଛି । ସେହିପରି ୧୯ ତାରିଖବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି, ଯାହାକି ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଏହା ବି ଉତ୍ତର-ପଶ୍ଚିମକୁ ମୁହାଁଇପାରେ । ୧୮ରୁ ୨୫ ତାରିଖ ଭିତରେ ଅପେକ୍ଷାକୃତ ଅଧିକ ବର୍ଷା ହୋଇପାରେ ।,୧୨ ତାରିଖ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ ।

Related Articles

Back to top button