ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମବେଳେ ଦୁଇ ବିଧାୟକ ହେଲେ ହାତାହାତି : ୪ଟା ଯାଏ ଗୃହ ମୁଲତବୀ

ଆଜି ବି ଗୃହ କାର୍ଯ୍ୟ ଆରମ୍ଭ ରୁ ହଟ୍ଟଗୋଳ। ବିଧାସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଥିଲା। ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନି। ଏଥିଲାଗି ବାଚସ୍ପତି ପ୍ରଥମେ ଦିନ ୧୨ଟା ଯାଏଁ ଏବଂ ପରେ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି। ପ୍ରଶ୍ନକାଳ ଆରମ୍ଭ ରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା। ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲା। ଏବଂ ନାରୀ ନିର୍ଯ୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଛି। ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକ ମାନେ ପ୍ରତିବାଦ କରିଥିଲେ।

Related Articles

Back to top button