ଫେବୃଆରୀରେ ସାଙ୍ଘାତିକ ଖରା ନେଇ ସତର୍କ ସୂଚନା

ରାଜ୍ୟରେ ଖରାର ପ୍ରଭାବ ଆରମ୍ଭ ହୋଇଯାଇଛି। ନିର୍ମଳ ଆକାଶ ଯୋଗୁଁ ଟାଣ ଖରା ଅନୁଭୂତ ହେଉଛି। ଆଉ ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଫେବୃଆରୀରେ ସାଙ୍ଘାତିକ ଖରା ନେଇ ସତର୍କ ସୂଚନା ଦିଆଯାଇଛି।ପାଣିପାଗ ବିଭାଗର ସୂଚନା ଅନୁସାରେ ଫେବୃଆରୀରେ ହେବ ସାଙ୍ଘାତିକ ଖରା । ସ୍ବାଭାବିକ ଠାରୁ ୫ ଡିଗ୍ରୀ ଉପରେ ରହିବ ପାରଦ । ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଅଧିକ ଜଳିବ ଉପକୂଳ ଓଡ଼ିଶା । ତାତି ସହ ଅସ୍ତବ୍ୟସ୍ତ କରିବ ଅସହ୍ୟ ଗୁଳୁଗୁଳି । ଦୀର୍ଘମିଆଦି ଆକଳନରେ ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣପାଗ ବିଭାଗ । ବିଶେଷ କରି ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାତି ବୃଦ୍ଧି ପାଇଁ ୟଲୋ ମାର୍କ ଦିଆଯାଇଛି ।

ସେପଟେ ଗତ ୨୪ ଘଣ୍ଟାରେ ଝାରସୁଗୁଡାର ତାତି ୩୫ ଡିଗ୍ରୀ ଛୁଇଁଥିବା ବେଳେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାତି ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି । ବିଶେଷ କରି ଝରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗିର,କଳାହାଣ୍ଡି, ଗଜପତି, ନୂଆପଡା, ଅନୁଗୁଳରେ ତାପମାତ୍ରା ଅହେତୁକ ଭାବରେ ବୃଦ୍ଧି ପାଇବ । ତାପମାତ୍ରା ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ । ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡି ନେଇ ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଏବଂ କନ୍ଧମାଳରେ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି ।ସେହିଭଳି ୩ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ମିଟର ତଳକୁ ଖସିଯିବ । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଏଥିପାଇଁ ଘାଟିରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚାଳନା ସମୟରେ ସତର୍କତା ଅବଲମ୍ବନ କରବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Related Articles

Back to top button