ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ତାତି: ୨ଟା ୩୦ ସୁଦ୍ଧା ୪୪ ଡିଗ୍ରୀ ଅତିକ୍ରମ କରିଛି ପାରଦ

ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ତାତି। ଆଜି ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ ପାରଦ ଛୁଇଁଛି। ଏହାହସିତ ୪୪ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି କେନ୍ଦୁଝର ୪୩, ସମ୍ବଲପୁର ୪୨.୭, ରାଉରକେଲା ୪୨.୨, ହୀରାକୁଦ ୪୧.୮, ଚାନ୍ଦବାଲି ୪୦.୨, ଭୁବନେଶ୍ବର ୩୯.୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଗାମୀ ମେ’୬ ରୁ ୮ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡିଶା-ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ ରୁ ୫୦ କିମି ବେଗରେ ରହିବାର ସମ୍ଭାବନା ଥିବାରୁ ସାମୁଦ୍ରିକ ସ୍ତିତି ଅଶାନ୍ତରୁ ଅତ୍ୟଧିକ ଅଶାନ୍ତ ରହିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ପରିସ୍ଥିତିକୁ ନଜର ରେ ରଖି ୬ ରୁ ୮ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟସ୍ଥ ଉତ୍ତର-ଉପକୂଳ ଓଡ଼ିଶାର ଆଖ ପାଖ ଅଞ୍ଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

Related Articles

Back to top button