ଲଘୁଚାପ ପ୍ରଭାବରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଉତ୍ତର ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ବିସ୍ତୃତ ବର୍ଷା ହେବାସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବ। ବିଶେଷକରି ୧ ଓ ୨ ତାରିଖରେ ବର୍ଷାର ପରିମାଣ ଅଧିକ ରହିପାରେ। ସେହିପରି ଭୁବନେଶ୍ୱରରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ ବର୍ଷା ହୋଇପାରେ ପାଣିପାଗ ବିଜ୍ଞାନୀ ଏଚ୍‌. ଆର୍‌. ବିଶ୍ୱାସ କହିଛନ୍ତି। ୧ ତାରିଖରେ ପୁରୀ, ଜଗତ୍‌ସିଂହପୁର, ଢ଼େଙ୍କାନାଳ, ଅନୁଗୋଳ, ସମ୍ବଲପୁର ଆଦି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ସେସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣି ରହିଛି।

Related Articles

Back to top button