ବିଜେପିର ବିଜୟ ସଂକଳ୍ପ ସମାବେଶରେ ସାମିଲ ହୋଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ପାରାଦୀପ କୁଜଙ୍ଗରେ ଆୟୋଜିତ ବିଜେପିର ବିଜୟ ସଂକଳ୍ପ ସମାବେଶରେ ସାମିଲ ହୋଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ଏହାସହିତ ସୁଭଦ୍ରା ଯୋଜନା ବିଷୟରେ ମାଆ ମାନଙ୍କୁ ଅବଗତ କରାଇଛନ୍ତି। ଏହାପରେ କେନ୍ଦ୍ରାପଡା ଆଳି ଏବଂ ବାଲେଶ୍ୱରା ରେମୁଣାରେ ନିର୍ବାଚନ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଓଡ଼ିଶାର ଲୋକ ଚାହାଁନ୍ତି ମୋଦୀଙ୍କ ଗ୍ୟାରେଣ୍ଟି। ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଏଠୁ ବିଜେଡିକୁ ହଟାଇବୁ। ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ଆୟୋଜିତ ବିଜେପିର ସଙ୍କଳ୍ପ ସମାବେଶରେ ଏଭଳି ଦୃଢ଼ୋକ୍ତି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଗରିବ ଲୋକଙ୍କୁ ଘର ଦେଉଛନ୍ତି, ଚାଉଳ ଦେଉଛନ୍ତି, ଲକ୍ଷେ ୬୦ହଜାର ଘରକୁ ପାଣି ଯୋଗାଇଛନ୍ତି। ଏହାଛଡ଼ା କିଷାନ୍ ସମ୍ମାନନିଧି ବାବଦରେ ପ୍ରତି କୃଷକଙ୍କ ଖାତାକୁ ସିଧାସଳଖ ୬ ହଜାର ଟଙ୍କା ପଠାଉଛନ୍ତି। ଏଣୁ ବିଜେପିକୁ ଭୋଟ ଦେଇ ବିଜୟୀ କରିବାକୁ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ନିବେଦନ କରିଛନ୍ତି।

Related Articles

Back to top button