ଓଡ଼ିଶାରେ ପୁଣି ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଓଡ଼ିଶାରେ ପୁଣି ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ରାଉରକେଲାରୁ ଭୁବନେଶ୍ୱର ଯାଏଁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ । ଏହି ରୁଟରେ ଟ୍ରେନ ଚଳାଇବାକୁ ନେଇ ଆଜି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିଜ ବକ୍ତବ୍ୟରେ କହିଛନ୍ତି । କାମ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏହି ଟ୍ରେନଟି ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ତାଳଚେର ଜିଲ୍ଲାକୁ ଯୋଡ଼ିବ। ମେ ୧୮ ରେ ପ୍ରଥମେ ଗଡିଥିଲା ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଓ ସାଂସଦ ଉପସ୍ଥିତ ରହିଥିଲେ । ତେବେ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଙ୍କ ପାଖରେ ଓଡ଼ିଶା ପକ୍ଷରୁ କେତେକ ଦାବି ରଖାଯାଇଥିଲା ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଦାବି କରିଥିଲେ । ପୁରୀ-ରାଉରକେଲା ଓ ଭୁବନେଶ୍ୱର-ହାଇଦ୍ରାବାଦ ବନ୍ଦେ ଭାରତ ପାଇଁ ଦାବି କରିଥିଲେ । ସେହିପରି ଅନୁଗୁଳ-ସୁକିନ୍ଦା ଓ ପାରାଦୀପ-ହରିଦାସପୁର ଲାଇନରେ ପାସେଞ୍ଜର ଟ୍ରେନ୍ ପାଇଁ ମଧ୍ୟ ଦାବି କରିଥିଲେ ।

Related Articles

Back to top button