୨୩ରୁ ୩ ଦିନ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର: ଆସନ୍ତା ୨୩ରୁ ୩ ଦିନ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା। ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ। ତେବେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି। ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଆଜି ସୂଚନା ଜାରି କରାଯାଇଛି।

ଏଥିରେ କୁହାଯାଇଛି, ୨୩ରୁ ୨୪ ତାରିଖ ଭିତରେ ଉପକୂଳ-ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ା, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ରହିଛି।

୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, କରୋପୁଟ, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି। ଏ ସମସ୍ତ ଜିଲ୍ଲାଗୁଡ଼ିକ ନିମନ୍ତେ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଏଭଳି ସୂଚନା ଜାରି ପରେ ଜଳବନ୍ଦି ଥିବା ଅଞ୍ଚଳବାସୀଙ୍କ ଭିତରେ ଛନକା ପଶିଛି।

Related Articles

Back to top button