ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି

ଆଜି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।

ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଓଡ଼ିଶା ଓ ପଶ୍ଚିମବଂଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହ ଅନ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଶ୍ରାବଣରେ ଭଲ ବର୍ଷା ହେଉନଥିବାରୁ ବଡ଼ବର୍ଷାକୁ ଅପେକ୍ଷା କରି ରହିଛନ୍ତି ଚାଷୀ । ନିଅଣ୍ଟିଆ ବର୍ଷା ଯୋଗୁଁ ଚାଷ କାମ ପଛେଇ ଯାଇଛି । ଭଲ ବର୍ଷା ହେଉନଥିବାରୁ ଚାଷ ଜମି ଫାଟି ଗଲାଣି ।

Related Articles

Back to top button