
ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା
ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ।
ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।ଜୁନ୍ ୨୨ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଓ ମୟୂରଭଞ୍ଜ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଜୁନ୍ ୨୩ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।ସେହିପରି ଜୁନ୍ ୨୪ ତାରିଖରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଜୁନ୍ ୨୫ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତର ସମ୍ଭାବନା ରହିଥିବାବେଳେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଜୁନ୍ ୨୬ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ଜୁନ୍ ୨୭ରେ ମଧ୍ୟ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ କନ୍ଧମାଳ ଭଳି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ୨୮ରୁ ୩୦ ତାରଖ ପର୍ଯ୍ୟନ୍ତ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।