ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା: ୪ ଜିଲ୍ଲାକୁ ଅରେଞ୍ଜ ୧୮ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ବର୍ତ୍ତମାନ ସମ୍ବଲପୁର, ବାଲେଶ୍ୱର ଉପର ଦେଇ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ସମୁଦ୍ର ପତନ ଠାରୁ ୦.୯ କିଲୋମିଟର ଉଚ୍ଚତାରେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳ ଉପରେ ଅବସ୍ଥିତ ରହିଛି। ଏବଂ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି।

ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୩ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related Articles

Back to top button