୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି: ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ଏଥିପାଇଁ ୧୭ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କେନ୍ଦୁଝର ଓ ଢ଼େଙ୍କାନାଳ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ରବିବାର ଦିନ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହୋଇଯାଇଛି। ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ରହିଥିବା ଝଡ଼ର ପ୍ରଭାବ ଯୋଗୁଁ ରବିବାର ଦିନ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଘଡ଼ଘଡ଼ି ସହ ବର୍ଷା ହୋଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ‌ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାର କେତେକାଂଶରେ ଆଜି ବର୍ଷା ରେକର୍ଡ ହୋଇଛି।

ଆଜି ମଧ୍ୟ କାଳବୈଶାଖୀର ପ୍ରଭାବ କିଛି ପରିମାଣରେ ଓଡ଼ିଶା ଉପରେ ରହିପାରେ। ଏହାପରେ ରାଜ୍ୟରେ କାଳବୈଶାଖୀ ପ୍ରଭାବ କମିବ। ବର୍ଷା ବିଶେଷ ହେବ ନାହିଁ। ଖରା ବଢ଼ିବ। ଫଳରେ ଦିନ ତାପମାତ୍ରା ମଧ୍ୟ ଧୀରେଧୀରେ ବଢ଼ିବା ଆରମ୍ଭ କରିବ। ଆସନ୍ତା ୩ ଦିନରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ ଡିଗ୍ରି ଯାଏ ବଢ଼ିବ। ଆଜି ରାଜଧାନୀ ଭୁବନେଶ୍ବରର ଆକାଶ ଆଂଶିକ ମେଘୁଆ ରହିବ। ଦିନର ସର୍ବୋଚ୍ଚ ଦିନ ତାପମାତ୍ରା ୩୮ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୪ ଡିଗ୍ରି ମଧ୍ୟରେ ରହିବ।

Related Articles

Back to top button