ପ୍ରବଳ ବର୍ଷା ନେଇ ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ବର୍ଷା ହେବା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ଆଜି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ତେବେ କାଲିଠୁ କମିବ ବର୍ଷାର ପରିମାଣ। କାଲି କେବଳ କେନ୍ଦୁଝର ଓ ମୟୂରଭଂଜରେ ବର୍ଷା ସମ୍ଭାବନା ରହିଛି।

ପ୍ରବଳ ବର୍ଷା ନେଇ ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଧୀରେ ଧୀରେ ବର୍ଷାର ପରିମାଣ କରିବା ଏବଂ ପାଗ ଶୁଖିଲା ରହିବ । ସେହିପରି ୬ ଏବଂ ୭ ତାରିଖରେ ବର୍ଷାର ପରିମାଣ ଆହୁରି କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Related Articles

Back to top button