ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି

ଆଜି ରାଜ୍ୟରେ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଏଥିପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାସହିତ ଅନ୍ୟ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ସେହିପରି ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ବିଜୁଳି , ଘଡଘଡି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ କିଛି ଦିନ ହେବ ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଫଳରେ ରେ ରାସ୍ତା ଓ ଡ୍ରେନ୍ ବୁଡ଼ି ଯାଇପାରେ। ଏଥିପାଇଁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ସେହିପରି ରାସ୍ତା ବା ପୋଲ ଉପରେ ପାଣି ଚାଲୁଥିବା ବେଳେ ସେହି ବାଟ ଦେଇ ନଯିବାକୁ ଅନୁରୋଧ କରାଯାଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

Related Articles

Back to top button