ମହିଳାଙ୍କୁ ସମ୍ମାନ ପାଇଁ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ ।

ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ । ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏହି ବଡ଼ ପଦକ୍ଷେପ ନେଇଛନ୍ତି। ଏ ନେଇ ସବୁ ଜିଲାପାଳ ଏବଂ ବିଭାଗକୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ସବୁ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଓ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କରାଇବା ଲାଗି ଏକ ଆରାମଦାୟକ, ଏକାନ୍ତ ଏବଂ ସ୍ବଚ୍ଛ ସ୍ଥାନ ପ୍ରତିଷ୍ଠା କରାଯିବା ଲାଗି ଚିଠିରେ ଅନୁରୋଧ କରାଯାଇଛି । ଏହା ଦ୍ୱାରା ମା’ମାନଙ୍କୁ ସମର୍ଥନ ସହ ସେମାନଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଧାନ୍ୟ ମିଳିବ।

Related Articles

Back to top button