
ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ଜେପି ନଡ୍ଡା
ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆଗାମୀ ଲୋକସଭା ନିର୍ବାଚନ ଲଢ଼ିବା ପାଇଁ ସେ ରାଜ୍ୟସଭାରୁ ଇସ୍ତଫା ଦେଇଥିବା କୁହାଯାଉଛି।
ମାତ୍ର ୧୩ ଦିନରେ ତଳେ ସେ ରାଜ୍ୟସଭାକୁ ପୁଣି ଥରେ ନିର୍ବାଚିତ ହୋଇଥିଲେ। ଗୁଜରାଟରୁ ସେ ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ।