ଟି୨୦ ବିଶ୍ୱକପ କ୍ରିକେଟ: ନ୍ୟୁଜିଲାଣ୍ଡକୁ ହରାଇଲା ଇଂଲଣ୍ଡ

ମେଲବୋର୍ଣ୍ଣ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ମଙ୍ଗଳବାର ଅନୁଷ୍ଠିତ ମୁକାବିଲାରେ ଇଂଲଣ୍ଡ ୨୦ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ସେମି ଫାଇନାଲ ପ୍ରବେଶ ଆଶା ଉଜ୍ଜୀବୀତ ରଖିଛି । ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୨୦ ଓଭରରେ ୬ ୱିକେଟ ବିନିମୟରେ ୧୭୯ ରନ ସଂଗ୍ରହ କରିଥିଲା । ଜୋସ ବଟଲର ୭୩ ଓ ଆଲେକ୍ସ ହେଲ୍ସ ୫୨ ରନର ଇନିଂସ ଖେଳିଥିଲେ । ନ୍ୟୁଜିଲାଣ୍ଡ ପକ୍ଷରୁ ଲ୍ୟୁକସ ଫର୍ଗୁସନ ୨ଟି ୱିକେଟ ଅକ୍ତିଆର କରିଥିଲେ । ୧୮୦ ରନର ବିଜୟ ଲକ୍ଷ୍ୟକୁ ପିଛା କରି କିୱି ଟିମ ୬ ୱିକେଟ ବିନିମୟରେ ୧୫୯ ରନ କରିବାକୁ ସକ୍ଷମ ହୋଇଥିଲେ । କେନ ୱିଲିୟମସନ ୪୦ ଏବଂ ଗ୍ଲେନ ଫିଲିପ୍ସ ୬୨ ରନର ଇନିଂସ ଖେଳିଥିଲେ ମଧ୍ୟ ତାହା ଦଳର ବିଜୟ ପାଇଁ ଯଥେଷ୍ଟ ହୋଇ ନ ଥିଲା । ଦଳର ଅନ୍ୟ ବ୍ୟାଟ୍ସମ୍ୟାନମାନେ ଇଂଲଣ୍ଡ ବୋଲରଙ୍କ ଉଚିତ ମୁକାବିଲା କରିପାରି ନ ଥିଲେ ।

Related Articles

Back to top button