
ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ନିଲମ୍ବିତ ।
ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ନିଲମ୍ବିତ । ୧୮ମାସ ପାଇଁ ନିଲମ୍ବିତ କରିଛି ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ । ଆଣ୍ଟି ଡୋପିଂ ନିୟମ ଉଲ୍ଲଘଂନ ଅଭିଯୋଗରେ ପ୍ରମୋଦଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ଫଳରେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇପାରିବେନି ପ୍ରମୋଦ । ୨୦୨୦ ଟୋକିଓ ଅଲିମ୍ପିକ୍ସରେ ପ୍ରମୋଦ ସ୍ୱର୍ଣ୍ଣ ଜିତି ଦେଶ ପାଇଁ ଗୌରବ ଆଣିଥିଲେ ।