ବୁଧବାର ବନକଲାଗି ନକଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ବୁଧବାର ବନକଲାଗି ନକଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏନେଇ ଚେତାବନୀ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ୨୦୧୮ର ନିଷ୍ପତ୍ତି ଅନୁଯାୟୀ ବୁଧବାର ବନକଲାଗି କରାଯାଏ। ମାତ୍ର ସେବାୟତ ଗୁରୁବାର ଏହି ନୀତି କରିବା ପାଇଁ ଜିଦ୍‌‌ରେ ଅଟଳ ରହିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ଯାହା ନିଷ୍ପତ୍ତି ନେବେ ସେବାୟତ ମାନିବା କଥା। ନମାନିଲେ ଶ୍ରୀମନ୍ଦିର ସତ୍ୱଲିପି ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ମହାପ୍ରଭୁଙ୍କ ବନକଲାଗି ନୀତି ଦୀର୍ଘ ବର୍ଷ ହେଲା ବୁଧବାର ହେଉଛି । ଚଳିତବର୍ଷ ରଥଯାତ୍ରା ପରେ ନିର୍ଦ୍ଧାରିତ ବୁଧବାର ଜୁଲାଇ ୧୨ତାରିଖରେ ବନକଲାଗି ନକରିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ୧୮ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବରିଷ୍ଠ ସେବକମାନଙ୍କ ସହ ଦତ୍ତମହାପାତ୍ର ନିଯୋଗ ମଧ୍ୟ ଉପସ୍ଥିତ ଥିଲେ । ବୁଧବାର ବନକଲାଗି ପାଇଁ ଉପଯୁକ୍ତ ଦିନ ବୋଲି ବୈଠକରେ ନିର୍ଦ୍ଧାରଣ ହୋଇଥିଲା। ମାତ୍ର ଦତ୍ତମହାପାତ୍ର ନିଯୋଗ ଏହା ସମ୍ପାଦନ କରି ନଥିଲେ। ତେଣୁ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଅନୁସାରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା।

Related Articles

Back to top button