ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ବାଧୀନତା ମହୋତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ମହାପୁରୁଷମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଆଜିର ଅଭିଭାଷଣ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ସେ ତାଙ୍କ ଅଭିଭାଷଣରେ କହିଛନ୍ତି, ଭାରତୀୟ ଭାବେ ଏହି ଦିବସ ପାଳନ କରିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ୭୫ ପୂର୍ତ୍ତି ଅବସରରେ ଓଡ଼ିଶା ବିକାଶ ପଥରେ ବହୁ ଆଗେଇଛି। ଅନେକ କ୍ଷେତ୍ରରେ ଓଡ଼ିଶା ଦେଶ ପାଇଁ ମାର୍ଗଦର୍ଶକ ପାଲଟିଛି। ଏହି କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Related Articles

Back to top button