ସମ୍ଭାବ୍ୟ ବାତ୍ୟାକୁ ନେଇ ଅଧିକାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୟାଗଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲର କିଛି ସ୍ଥାନାରେ ମାତ୍ରଧିକ ବର୍ଷାର ପୂର୍ବାନୁମାନ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି କୃଷି ବିଭାଗର କ୍ଷେତ୍ର ସ୍ତରୀୟ ଅଧିକାରୀଙ୍କୁ ହାଇଆଲର୍ଟରେ ରଖାଯାଇଛି । ଏଥିସହ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମର କୃଷି ବିଭାଗ ଅଧିକାରୀଙ୍କ ରବିବାର ଛୁଟି ବାତିଲ କରାଯାଇଛି ।

ସମ୍ଭାବ୍ୟ ଅଦିନିଆ ବର୍ଷା ଯୋଗୁ ଫସଲ ସୁରକ୍ଷା ପାଇଁ ଚାଷୀଙ୍କୁ ପରାମର୍ଶ ଦେଇଛି କୃଷି ବିଭାଗ । କଟା ହୋଇଥିବା ଧାନ ଅମଳ କରି ସୁରକ୍ଷିତ ସ୍ଥାନରେ ସାଇତି ରଖନ୍ତୁ । ବିଳମ୍ବ କିସମ ଧାନ ଜମିରୁ ବଳକା ପାଣି ନିଷ୍କାସନ କରିବା ପାଇଁ ନାଳି କରନ୍ତୁ ଓ ନାଳି ମୁହଁ ଖୋଲା ରଖନ୍ତୁ । ପନିପରିବା ତଥା ରବି ଫସଲରେ ଜଳ ନିଷ୍କାସନ ପାଇଁ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛି କୃଷି ବିଭାଗ । ସବୁ ରବି ଫସଲ ଲଗାଇବା କିମ୍ବା ବୁଣିବା ସାମୟିକ ସ୍ଥଗିତ ରଖିବାକୁ କୁହାଯାଇଛି ।

Related Articles

Back to top button