ଭୂକମ୍ପରେ ବିପର୍ଯ୍ୟସ୍ତ ମିଆଁମାରକୁ ସହାୟତାର ହାତ ବଢାଇଛି ଭାରତ।

ଭୂକମ୍ପରେ ବିପର୍ଯ୍ୟସ୍ତ ମିଆଁମାରକୁ ସହାୟତାର ହାତ ବଢାଇଛି ଭାରତ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ୧୫ ଟନରୁ ଉର୍ଦ୍ଧ୍ବ ରିଲିଫ୍ ସାମଗ୍ରୀ ପଠାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ବିଶାଳ ଭୂମିକମ୍ପରୁ ସୃଷ୍ଟି ହୋଇଥିବା ପରିସ୍ଥିତି ଉପରେ ଚିନ୍ତା ପ୍ରକଟ କରିଛନ୍ତି । ଏଭଳି ଦୁଖଦ ମୁହୂର୍ତ୍ତରେ ଭାରତ ଉଭୟ ଦେଶସହ ଛିଡ଼ାହେବା ସହ ସମସ୍ତ ପ୍ରକାର ସହାୟତା ଯୋଗାଇବାକୁ ପ୍ରସ୍ତୁତ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।

Related Articles

Back to top button