ୱେଷ୍ଟମିନିଷ୍ଟର ହଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲଣ୍ଡନର ୱେଷ୍ଟମିନିଷ୍ଟର ହଲରେ ପହଞ୍ଚି ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଠାରେ ଅନ୍ତିମ ସଂସ୍କାର ପାଇଁ ମହାରାଣୀ ଏଲିଜାବେଥ୍ ଦ୍ୱିତୀୟ ପାର୍ଥିବ ଶରୀରକୁ ରଖାଯାଇଛି।  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତବାୟୀଙ୍କ ତରଫରୁ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ପୂର୍ବରୁ ଶନିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବା ପାଇଁ ଲଣ୍ଡନ ପହଞ୍ଚିଥିଲେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲଣ୍ଡନର ୱେଷ୍ଟମିନିଷ୍ଟର ହଲରେ ପହଞ୍ଚି ସେଠାରେ ଏଲିଜାବେଥ ଦ୍ୱିତୀୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହାପରେ ଲଣ୍ଡନର ଲ୍ୟାଙ୍କେଷ୍ଟର ହାଉସ ପହଞ୍ଚିଥିଲେ। ଲ୍ୟାଙ୍କେଷ୍ଟର ହାଉସରେ ଦ୍ରୌପଦୀ ମୁର୍ମୁ ମହାରାଣୀଙ୍କ ଶୋକ ପୁସ୍ତକରେ ହସ୍ତାକ୍ଷର କରିଥିଲେ । ରାଷ୍ଟ୍ରପତିଙ୍କ ଟ୍ୱିଟର ଆକାଉଣ୍ଟରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ସେପ୍ଟେମ୍ୱର 8ରେ ମହାରାଣା ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକ ହୋଇଥିଲା। ଆସନ୍ତାକାଲି ସେପ୍ଟେମ୍ୱର 19ରେ ରାଜକୀୟ ସମ୍ମାନ ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ମହାରାଣୀଙ୍କ ଅନ୍ତିମ ସଂସ୍କାରରେ ଦୁନିଆର ଶତାଧିକ ଦେଶର ରାଷ୍ଟ୍ରାଧ୍ୟକ୍ଷ ଯୋଗ ଦେବେ।

Related Articles

Back to top button