ରାଜ୍ୟରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ରାଜ୍ୟକୁ ଫେରିଲା କରୋନା । ଓଡିଶାରୁ ଜଣେ କୋଭିଡ ପଜିଟିଭ ଚିହ୍ନଟ । ଗତ ୨୪ ଘଣ୍ଟାରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ବହୁବିଧ ରୋଗରେ ପୀଡ଼ିତ ବୟସ୍କ ମାନେ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଜନଗହଳି ସ୍ଥାନକୁ ଯିବା ବେଳେ ମଧ୍ୟ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି।ଡିସେମ୍ବର ୩ ତାରିଖରେ ରାଜ୍ୟରେ ଶେଷ ଥର ପାଇଁ ପଜିଟିଭ ଚିହ୍ନଟ ହୋଇଥିଲେ । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Related Articles

Back to top button