ଆଫଗାନିସ୍ତାନରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୪.୯

କାବୁଲ: ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ । ଗୁରୁବାର ବିଳମ୍ବିତ ରାତ୍ର ୧୨ଟା ୩୮ରେ ଆଫଗାନିସ୍ତାନର ବିଭିନ୍ନ ସ୍ଥାନରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ବୋଲି ଜଣାପଡିଛି । ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି ।

ନ୍ୟାଶନାଲ ସେଣ୍ଟର ଫର୍ ସିସମୋଲୋଜିର ରିପୋର୍ଟ ଅନୁସାରେ, ଭୂମିକମ୍ପର କେନ୍ଦ୍ରସ୍ଥଳୀ ଥିଲା ଆଫଗାନିସ୍ତାନର ଫୈଜାବାଦ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୯ । ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇପାରିନାହିଁ ।

ସୂଚନାଯୋଗ୍ୟ, ଏହାପୂର୍ବରୁ ଜୁନ ୨୨ରେ ଆଫଗାନିସ୍ତାନରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ଯାହା ଭୟଙ୍କର ଥିଲା । ଯେଉଁଥିରେ ୧୦୦୦ରୁ ଅଧିକ ଲୋକେ ପ୍ରାଣ ହରାଇଥିଲେ । ଏହି ସମୟରେ ଭାରତ ଆଫଗାନିସ୍ତାନକୁ ଆବଶ୍ୟକୀୟ ସାହାଯ୍ୟ ପ୍ରଦାନ କରିଥିଲା ।

ଭୂମିକମ୍ପର ଏହି ଝଟକା ପାକିସ୍ତାନରେ ମଧ୍ୟ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ଥିଲା । ଏହାର କେନ୍ଦ୍ରସ୍ଥଳୀ ଆଫଗାନିସ୍ତାନର ଦକ୍ଷିଣପୂର୍ବ ଥିଲା ।

Related Articles

Back to top button