
ଜାପାନରେ ଶକ୍ତିଶାଳୀ ଭୂକମ୍ପ : ରିକ୍ଟର ସ୍କେଲରେ ତୀବ୍ରତା ୬.୩
ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରେକର୍ଡ ହୋଇଛି। ପୂର୍ବ ଉପକୂଳ ହନସୁ ଅଞ୍ଚଳରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ନାହିଁ। ଭୂକମ୍ପ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ସୂଚନାଯୋଗ୍ୟ ଜାନୁଆରୀ ୧ରେ ଜାପାନର ଇଶିକାୱା ଅଞ୍ଚଳର ନୋଟୋ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ୭୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୩୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୫୦ରୁ ଅଧିକ ଲୋକ ନିଖୋଜ ଥିଲେ।