ମରକ୍କୋ ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୨୦୦୦ ଅତିକ୍ରମ କରିଛି

ନୂଆଦିଲ୍ଲୀ : ଆଫ୍ରିକୀୟ ଦେଶ ମରକ୍କୋରେ ଶୁକ୍ରବାର ବିଳମ୍ବିତ ରାତିରେ ଅନୁଭୂତ ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୨୦୦୦ ଅତିକ୍ରମ କରିଛି। ଏଥିସହ ୨୦୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ଦେଶର କେନ୍ଦ୍ରୀୟ ଭାଗରେ ୬.୮ ତୀବ୍ରତା ବିଶିଷ୍ଟ ଭୂମିକମ୍ପ ଅନୁଭୂତ ହୋଇଥିଲା । ଭୂମିକମ୍ପରେ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳୀ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ଅଟ୍ଟାଳିକା ନଷ୍ଟ ହୋଇଛି । ସେହି ଭୂମିକମ୍ପର ଉତ୍ପତ୍ତିସ୍ଥଳ ଭୂପୃଷ୍ଠରୁ ୧୮. ୫ କିଲୋମିଟର ଗଭୀରରେ ଥିଲା । ଏହାର କେନ୍ଦ୍ରବିନ୍ଦୁ ମାରାକେଶ୍‌‌ ଠାରୁ ୭୨ କିଲୋମିଟର ଦକ୍ଷିଣ-ପଶ୍ଚିମ ଓ ଆଟ୍‌‌ଲାସ୍‌‌ ପର୍ବତ ଠାରୁ ୫୬ କିଲୋମିଟର ପଶ୍ଚିମକୁ ରହିଛି। ମରକ୍କୋ ସରକାରଙ୍କ ସୂଚନା ମୁତାବକ, ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୨୦୧୨ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୫୯ ଲୋକ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୦୪ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତେବେ ଭୂକମ୍ପର ଭୟାବହତାକୁ ଲକ୍ଷ୍ୟ କଲେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇବାର ସମ୍ମାବନା ରହିଛି।

Related Articles

Back to top button