ଗୁଜରାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୯ ମୃତ, ୨୮ ଆହତ: ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଅହମଦାବାଦ: ଗୁଜରାଟର ନାଭସାରି ଜିଲାରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଏବଂ ଏସ୍‌ୟୁଭି କାର ମଧ୍ୟରେ ଧକ୍କା ହୋଇ ୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଆହତ ହୋଇଛନ୍ତି। ଏସ୍‌ୟୁଭି କାର ଡ୍ରାଇଭରଙ୍କ ଅସାବଧାନତା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହିତ ଶୋକସନ୍ତପ ପରିବାରଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏପରକି ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ଦୁର୍ଘଟଣାଟାରେ ଏସ୍‌ୟୁଭି କାରଟି ସମ୍ପୂର୍ଣ୍ଣ ଚୁର୍‌ମାର ହୋଇଯାଇଥିବା ବେଳେ ବସ୍‌ର ଆଗପଟ ଭାଙ୍ଗିଯାଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଅନ୍ୟପଟେ ଏହି ଦୁର୍ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି।

Related Articles

Back to top button